ଜାତୀୟରାଜନୀତି

ବିଜେପିର ପ୍ରାର୍ଥୀ ତାଲିକା ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ() ଉତ୍ତର ପ୍ରଦେଶ ବିଧାନସଭାର ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂ ପାଇଁ ବିଜେପି ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ବିଜେପିର ୟୁପି ଇନଜାର୍ଜ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାମ୍ବାଦିକ ସମ୍ମିଳନୀ କରି ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି। ପ୍ରଥମ ପର୍ଯ୍ୟାୟ ଭୋଟିଂ ଫେବୃଆରୀ ୧୦ରେ ହେବ। ସେହିପରି ୧୪ ତାରିଖରେ ଲୋକମାନେ ଦ୍ୱିତୀୟ ପର୍ଯ୍ୟାୟରେ ମତାଧିକାର ସାବ୍ୟସ୍ତ କରିବ।

ପ୍ରଥମ ପର୍ଯ୍ୟାୟରେ ଭୋଟିଂ ହେବାକୁ ଥିବା ୫୮ଟି ଆସନରୁ ବିଜେପି ୫୭ଟି ଓ ଦ୍ୱିତୀୟ ପର୍ଯ୍ୟାୟରେ ଭୋଟିଂ ହେବାକୁ ଥିବା ୫୫ଟି ଆସନରୁ ୪୮ଟି ଆସନ ପାଇଁ ପ୍ରାର୍ଥୀ ଚୟନ କରିଥିବା ଶ୍ରୀ ପ୍ରଧାନ ସୂଚନା ଦେଇଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com