ଓଡ଼ିଶା

ଆଜି ରାଜ୍ୟରେ ୩ ଜଣଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ବର() ରାଜ୍ୟରେ ପୁଣି ଥରେ ଧୀରେ ଧୀରେ କାୟା ବିସ୍ତାର କରୁଛି କରୋନା । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ଗତ କିଛିଦିନ ତଳେ ସଂକ୍ରମଣ ୧୫ ରୁ ୨୦ଟି ଜିଲ୍ଲା ମଧ୍ୟରେ ସୀମିତ ରହୁଥିବା ବେଳେ ଏବେ ଏହା ରାଜ୍ୟବ୍ୟାପୀ ମାଡ଼ିଗଲାଣି ।

ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩ ଜଣଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୪୮୧କୁ ବୃଦ୍ଧି ପାଇଛି । ଗଞ୍ଜାମ, ନୟାଗଡ଼ ଓ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com