ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ୱର() ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୫୦୧କୁ ବୃଦ୍ଧି ପାଇଛି।
5.A 45 years old Male of Ganjam District who was also suffering from Chronic Kidney Disease.
6.A 52 years old Female of Khordha District who was also suffering from Hypertension.
— H & FW Dept Odisha (@HFWOdisha) January 20, 2022
ଗତ ୨୪ ଘଣ୍ଟା ଭିତରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ କେବଳ ଭୁବନେଶ୍ୱରରୁ ୪ ଜଣ ଥିବା ଜଣାଯାଇଛି। ଅପରପକ୍ଷରେ ଗଞ୍ଜାମ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ପ୍ରାଣ ହରାଇଛନ୍ତି। ପ୍ରାପ୍ତ ସୂଚନା ଅନୁଯାୟୀ ଏହି ମୃତକଙ୍କ ମଧ୍ୟରେ ଜଣେ ମାତ୍ର ମହିଳା ଥିବା ବେଳେ ୬ ଜଣ ପୁରୁଷ ଅଛନ୍ତି। ଖୋର୍ଦ୍ଧା ଜିଲ୍ଲାର ଜଣେ ୫୨ ବର୍ଷୀୟା ମହିଳା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଠିକ୍ ସେହିପରି ରାଜଧାନୀ ଭୁବନେଶ୍ୱରର ୯୬, ୭୯, ୮୪ ଓ ୬୪ ବର୍ଷିୟ ପୁରୁଷ କରୋନା ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି। ଅପରପକ୍ଷରେ ଗଞ୍ଜାମ ଜିଲ୍ଲାରୁ ଜଣେ ୪୫ ବର୍ଷିୟ ଓ ସମ୍ବଲପୁର ଜିଲ୍ଲାର ଜଣେ ୧୯ ବର୍ଷ ବୟସ୍କ ଯୁବକଙ୍କ ମୃତ୍ୟୁ ଘଟିଛି।