ଓଡ଼ିଶା

ନାରାୟଣପୁର ଜିଲ୍ଲାରେ ଏନକାଉଣ୍ଟର, ପୋଲିସ ଗୁଳିରେ ଜଣେ ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି() ମାଲକାନଗିରି ଛତିଶଗଡ ସୀମାନ୍ତ ନାରାୟଣପୁର ଜିଲ୍ଲାରେ ଏନକାଣ୍ଟର । ପୋଲିସ ଗୁଳିରେ ଜଣେ ହାଡକୋର ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଘଟଣା ସ୍ଥଳରୁ ବନ୍ଧୁକ ସହ ଭାରି ମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି ।

ଖବର ଅନୁଯାୟୀ, ନାରାୟଣପୁର ଜଙ୍ଗଲରେ ପୋଲିସ ପକ୍ଷରୁ ସର୍ଚ୍ଚ ଅପରେସନ ଚାଲିଥିଲା ।

ଜଙ୍ଗଲରେ ପୋଲିସ କୁମ୍ବିଂ ଅପରେସନ କରୁଥିବା ଦେଖି ମାଓବାଦୀମାନେ ଗୁଳି ଚାଳନା କରିଥିଲେ । ଯାହାର ଦୃଢ ଜବାବ ଦେଇଥିଲେ ପୋଲିସ । କିଛି ସମୟ ଧରି ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଥିଲେ । ଶେଷରେ ପୋଲିସ ଗୁଳିରେ ଜଣେ ହାର୍ଡକୋର ମାଓବାଦୀ ନିହତ ହୋଇଥିବା ଜଣାପଡିଛି । ଘଟଣାସ୍ଥଳରୁ ବନ୍ଧୁକ ସହ ଭାରି ମାତ୍ରାରେ ବିସ୍ଫୋରଣ ସାମଗ୍ରୀ ଜବତ ହୋଇଛି । ଏବେବି ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି ରହିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com