ଓଡ଼ିଶା

ନିରଞ୍ଜନଙ୍କ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ, କୋଭିଡରେ ସଂକ୍ରମିତ ହୋଇଥିଲେ ପିସିସି ସଭାପତି

ଭୁବନେଶ୍ୱର() ଓଡ଼ିଶା ପ୍ରଦେଶ କଂଗ୍ରେସ (ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ ଆଜି କୋଭିଡରେ ସଂକ୍ରମିତ ହୋଇଥିଲେ । ପଜିଟିଭ୍ ଚିହ୍ନଟ ହୋଇଥିବା ନେଇ ନିରଞ୍ଜନ ଟ୍ୱିଟ୍ କରି ସୂଚନା ଦେଇଥିଲେ । ତେବେ ନିରଞ୍ଜନ କରୋନାରେ ଆକ୍ରାନ୍ତ ହେବା ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି । ଏଥିସହ ନିରଞ୍ଜନଙ୍କ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ସୂଚନାଯୋଗ୍ୟ ଯେ, କୋଭିଡ୍ ପାଇଁ ଆଜି ସମଗ୍ର ଜନଜୀବନ ବିଶେଷ ଭାବେ ପ୍ରଭାବିତ ହୋଇଛି । କିଛିଦିନ ପୂର୍ବରୁ କୋରାପୁଟ ସାଂସଦ ସପ୍ତଗିରି ଉଲାକା କୋଭିଡରେ ସଂକ୍ରମିତ ହୋଇଥିବା ବେଳେ ସୂଚନା ଓ ଲୋକ ସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ମଧ୍ୟ ପଜିଟିଭ୍ ଚିହ୍ନଟ ହୋଇଥିଲେ ।

Related Articles

Back to top button
WP Twitter Auto Publish Powered By : XYZScripts.com