ଓଡ଼ିଶା

ରାଜ୍ୟରେ ବଢିଲା ଶୀତ , ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଜାଡ଼ରୁ ମିଳିବନି ତ୍ରାହି

ରାଜ୍ୟରେ ବଢିଲା ଶୀତ । ସ୍ବାଭାବିକ ଠାରୁ ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମିବ ତାପମାତ୍ରା । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଜାଡ଼ରୁ ମିଳିବନି ତ୍ରାହି । ବିଶେଷ କରି ପାହାଡିଆ ଅଞ୍ଚଳରେ ଅଧିକ ଶୀତ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।୬ରୁ ୧୦ ଡିଗ୍ରୀ ମଧ୍ୟରେ ଅଧିକାଂଶ ସହରର ତାପମାତ୍ରା । ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ଦୁର୍ବଳ ହେଉଥିବାରୁ ଓଡ଼ିଶାକୁ ଆସୁଥିବା ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବାହ କମିଛି । ଫଳରେ ତାପମାତ୍ରା ତଳମୁହାଁ ହୋଇଛି । ଅନ୍ୟପଟେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହା ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ ରୂପ ନେବ ।

Related Articles

Back to top button
WP Twitter Auto Publish Powered By : XYZScripts.com