ଓଡ଼ିଶା
୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିବ ପାରଦ, ଏହି ସବୁ ଜିଲ୍ଲାରେ ହୋଇପାରେ ଅଧିକ ଶୀତ
ଭୁବନେଶ୍ୱର() ଆଜିଠୁ ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପୁଣି ବଢ଼ିବ ଶୀତ। ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିବ ରାତିର ତାପମାତ୍ରା। ବିଶେଷ କରି ପଶ୍ଚିମ ଓଡ଼ିଶାରେ ଅଧିକ ଶୀତ ଅନୁଭୂତ ହେବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଡକ୍ଟର ଏଚ୍.ଆର୍. ବିଶ୍ୱାସ ଏହି ସୂଚନା ଦେଇଛନ୍ତି।
ରାଜଧାନୀ ଭୁବନେଶ୍ୱରରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଆଜି ଓ ଆସନ୍ତାକାଲି ଏଠାରେ ତାପମାତ୍ରା ମଧ୍ୟ ହ୍ରାସ ପାଇବ। ଆଜି ଭୁବନେଶ୍ୱରରେ ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ ପାଖାପାଖି ରହିପାରେ। ସେହିପରି ଏବେ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଶ୍ରୀ ବିଶ୍ୱାସ କହିଛନ୍ତି।