ଓଡ଼ିଶା

ରାଜ୍ୟରେ ସର୍ବାଧିକ ୧୯ ଜଣ ସଂକ୍ରମିତଙ୍କ ପ୍ରାଣହାନି, କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୯୪କୁ ବୃଦ୍ଧି

ଭୁବନେଶ୍ୱର() ଆଜି ପୁଣି ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ଦୁଇ ଅଙ୍କ ଛୁଇଁଛି। ରାଜ୍ୟରେ ସର୍ବାଧିକ ୧୯ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୯୪କୁ ବୃଦ୍ଧି ପାଇଛି।

ପ୍ରାପ୍ତ ସୂଚନା ଅନୁଯାୟୀ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଅପରପକ୍ଷରେ ଗଞ୍ଜାମ ଜିଲ୍ଲାର ୩ ମୃତକ ଅଛନ୍ତି। ଏଣେ ଅନୁଗୁଳ ଓ ନବରଙ୍ଗପୁର ଜିଲ୍ଲାର ୨ ଜଣ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ତେଣେ ଭଦ୍ରକ, କଟକ, ଢେଙ୍କାନାଳ, ଯାଜପୁର, କେଉଁଝର, ମୟୂରଭଞ୍ଜ, ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଏହି ମୃତକ ଥିବାର ସୂଚନା ମିଳିଛି।
ସୂଚନାଯୋଗ୍ୟ, ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪, ୮୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୮୧୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୦୨୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୬୬୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୨୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨,୪୫,୯୧୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୧, ୮୪, ୧୭୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୩, ୦୯୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com