ଓଡ଼ିଶା

୩ ହଜାରକୁ ଖସିଲା ରାଜ୍ୟର ପଜିଟିଭ୍ ସଂଖ୍ୟା

ଭୁବନେଶ୍ୱର() ରାଜ୍ୟରେ ପୁଣି ଥରେ ଧୀରେଧୀରେ କରୋନା ବଢ଼ିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ଗତ କିଛିଦିନ ତଳେ ସଂକ୍ରମଣ ୧୫ରୁ ୨୦ଟି ଜିଲ୍ଲା ମଧ୍ୟରେ ସୀମିତ ରହୁଥିବା ବେଳେ ଏବେ ଏହା ରାଜ୍ୟବ୍ୟାପୀ ମାଡ଼ିଗଲାଣି ।

ଆଜି ୩୦୮୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୭୯୭ ଓ ସ୍ଥାନୀୟ ଅଞ୍ଚଳରୁ ୧୨୮୯ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୪୫୪ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୫୨ ହଜାର ୩୨୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୧ ହଜାର ୫୪୬ ରହିଥିବା ବେଳେ ୪୨ ହଜାର ୯୮ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୫୨ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯ ଜଣଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୬୨୯କୁ ବୃଦ୍ଧି ପାଇଛି । କଟକରୁ ୪ ଜଣ, ଖୋର୍ଦ୍ଧା ଓ ପୁରୀରୁ ୨ ଜଣ ଲେଖାଏଁ, ଅନୁଗୁଳ, ବାଲେଶ୍ୱର, ଭଦ୍ରକ, ମାଲକାନଗିରି, ଗଞ୍ଜାମ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା ଓ ରାୟଗଡ଼ାରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com