ଓଡ଼ିଶା

ପଶ୍ଚିମା ଝଡ଼ର ତାଉ, ଆଜି ୭ ଜିଲ୍ଲାରେ ବର୍ଷିବ

ଭୁବନେଶ୍ୱର() ବଙ୍ଗୋପସାଗରୁ ଓଡ଼ିଶା ମୁହାଁ ହୋଇଛି ଉକ୍ଷ୍ମ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ। ପଶ୍ଚିମା ଝଡ଼ର ତାଉ ଯୋଗୁ ଆଜିଠୁ ବଦଳିବ ଅଧିକାଂଶ ଜିଲ୍ଲାର ପାଣିପାଗ । ଏହା ପ୍ରଭାବରେ ଆଜି ଓ ଆସନ୍ତାକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପୁର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର । ଏପରିକି ଆଜି ରାଜ୍ୟର ୭ଟି ଜିଲ୍ଲା ପାଇଁ ଓ ଆସନ୍ତାକାଲି ୧୫ଟି ଜିଲ୍ଲା ପାଇଁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ।  ଏହି ଜିଲ୍ଲାଗୁଡ଼ିକର ଗୋଟେ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବା ସମ୍ଭାବନା ରହିଛି ।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆଜି  ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲା ପାଇଁ ଜାରି ହୋଇଛି ୟେଲୋ  ୱାର୍ଣ୍ଣିଂ । ଏହି ସବୁ ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଗୋଟେ ଦୁଇଟି ସ୍ଥାନରେ ଘଡ଼ଘଡ଼ି ହେବ ବୋଲି ପୁର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ।

ଆସନ୍ତାକାଲିଠାରୁ  ଉପକୂଳ ଓଡ଼ିଶାର ଏକାଧିକ ଜିଲ୍ଲାରେ ମଧ୍ୟ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ଏଥିପାଇଁ ପ୍ରାୟ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡ଼ିକର ଗୋଟେ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକ ହେଉଛି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ । ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟର ଗୋଟେ ଦୁଇଟି ସ୍ଥାନରେ କୁଆପଥର ବର୍ଷାର ସମ୍ଭାବନା ମଧ୍ୟ ରହିଛି  ।

Related Articles

Back to top button
WP Twitter Auto Publish Powered By : XYZScripts.com