ଓଡ଼ିଶା

ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରାର ପ୍ରଥମ ପର୍ବ ଆଜି ଠାରୁ ଆରମ୍ଭ , ସନ୍ଧାରେ ରଥ କାଠ ପୂଜା

ପୁରୀ: ଆଜି ଆରମ୍ଭ ହେବ ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରାର ପ୍ରଥମ ପର୍ବ । ଶ୍ରୀ ପଞ୍ଚମୀ ଅବସରରେ ସନ୍ଧ୍ୟାରେ ଅନୁଷ୍ଠିତ ହେବ ରଥକାଠ ପୂଜା ନୀତି । ଏଥିସହିତ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥ ଯାତ୍ରା ପ୍ରସ୍ତୁତିର ପ୍ରଥମ ପର୍ବ ଆରମ୍ଭ ହେବ । ପରମ୍ପରା ଅନୁସାରେ ରଥନିର୍ମାଣ ପାଇଁ ଆସିଥିବା କାଠ ରଥଖଳାରେ ପୂଜା କରାଯିବ । ରାଜପୁରୋହିତ, ସ୍ୱତ୍ରୀୟ ବ୍ରାହ୍ମଣଙ୍କ ଦ୍ୱାରା ତିନିଖଣ୍ଡ ୧୨ ଫୁଟିଆ ଧଉରା କାଠ ଉପରେ ପଞ୍ଚାମୃତ ସିଞ୍ଚନ କରି ପୂଜାର୍ଚ୍ଚନା କରାଯିବ । ଏନେଇ ରଥ ଖଳାକୁ ପରିସ୍କାର କରାଯିବା ସହ ତିନିରଥର ତିନୋଟି ଧଉରା କାଠକୁ ରଖାଯାଇଛି । ରଥ ନିର୍ମାଣ ପାଇଁ ମୋଟ ୮୬୫ ଖଣ୍ଡ କାଠର ଆବଶ୍ୟକତା ଥିବା ବେଳେ ଗତ ୨ ତାରିଖରେ ୬୩ ଖଣ୍ଡ କାଠ ଆସି ସାରିଛି । ଅକ୍ଷୟ ତୃତୀୟାରେ ରଥଖଳାରେ ରଥ ନିର୍ମାଣ ଅନୁକୁଳ କରାଯିବ । ରାମନବମୀ ତିଥିରେ ରଥ କାଠ ଚିରଟ ପ୍ରକ୍ରିୟା ଆରମ୍ଭ କରାଯିବାର ବିଧି ରହିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com