ଅନ୍ୟାନ୍ୟ

ରାଜ୍ୟରେ ୨ ହଜାରକୁ ଖସିଲା ଦୈନିକ କୋଭିଡ୍ ସଂକ୍ରମଣ

ଭୁବନେଶ୍ୱର() ରାଜ୍ୟରେ ପୁଣି ଥରେ ଧୀରେଧୀରେ କରୋନା ବଢ଼ିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ଗତ କିଛିଦିନ ତଳେ ସଂକ୍ରମଣ ୧୫ରୁ ୨୦ଟି ଜିଲ୍ଲା ମଧ୍ୟରେ ସୀମିତ ରହୁଥିବା ବେଳେ ଏବେ ଏହା ରାଜ୍ୟବ୍ୟାପୀ ମାଡ଼ିଗଲାଣି ।

ଆଜି ୨୧୦୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୨୨୯ଓ ସ୍ଥାନୀୟ ଅଞ୍ଚଳରୁ ୮୭୭ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୩୨୪ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୬୬ ହଜାର ୮୧୧ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୩୪ ହଜାର ୩୫୨ ରହିଥିବା ବେଳେ ୨୩ ହଜାର ୬୭୨ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୨୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com