ଓଡ଼ିଶା

ଗତ ୨୪ ଘଣ୍ଟା ମଧ୍ୟରେ ୧,୫୦୩ କରୋନା ପଜିଟିଭ ଚିହ୍ନଟ, ୩୨୯ ଜଣ ୧୮ ବର୍ଷରୁ କମ୍ ବର୍ଗର

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧,୫୦୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୮୭୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୬୩୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୨୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୩୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୫୫ ଜଣ, ବାଲେଶ୍ୱରରୁ ୩୦ ଜଣ, ବରଗଡ଼ରୁ ୨୧ ଜଣ, ଭଦ୍ରକରୁ ୨୦ ଜଣ, ବଲାଙ୍ଗୀରରୁ ୩୩ ଜଣ, ବୌଦ୍ଧ ଜିଲ୍ଲାରୁ ୧୦, କଟକରୁ ୮୩ ଜଣ, ଦେବଗଡ଼ରୁ ୨୫ ଜଣ, ଢେଙ୍କାନାଳରୁ ୪୨ ଜଣ, ଗଜପତିରୁ ୩୭, ଗଞ୍ଜାମରୁ ୨୬ଜଣ, ଜଗତସିଂହପୁରରୁ ୪୨ ଜଣ, ଯାଜପୁରରୁ ୫୫ ଜଣ, ଝାରସୁଗୁଡ଼ାରୁ ୧୭ ଜଣ, କଳାହାଣ୍ଡିରୁ ୪୦ ଜଣ, କନ୍ଧମାଳରୁ ୧୭ ଜଣ, କେନ୍ଦ୍ରାପଡ଼ାରୁ ୧୯ ଜଣ, କେଉଁଝରରୁ ୩୬ ଜଣ, ଖୋର୍ଦ୍ଧାରୁ ୩୩୩ ଜଣ, କୋରାପୁଟରୁ ୨ ଜଣ, ମାଲକାନଗିରିରୁ ୮ ଜଣ, ମୟୁରଭଞ୍ଜରୁ ୧୦୮ ଜଣ, ନବରଙ୍ଗପୁରରୁ ୧୯, ନୟାଗଡ଼ରୁ ୫୩ ଜଣ, ନୂଆପଡ଼ାରୁ ୨୫ ଜଣ, ପୁରୀରୁ ୫୪ ଜଣ, ରାୟଗଡ଼ାରୁ ୩୧ ଜଣ, ସମ୍ୱଲପୁରରୁ ୨୬ ଜଣ, ସୋନପୁରରୁ ୨୨, ସୁନ୍ଦରଗଡ଼ରୁ ୧୫୭ ଜଣ ଓ ଷ୍ଟେଟ ପୁଲରୁ ୬୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨, ୬୯, ୮୧୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୪୧, ୫୯୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୯, ୩୮୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com