ଓଡ଼ିଶା

ପାଗରେ ପରିବର୍ତ୍ତନ, ରାଜ୍ୟରେ ହାଲକା ବର୍ଷା ସମ୍ଭାବନା

ଭୁବନେଶ୍ୱର() ବୁଧବାର ରାଜ୍ୟରେ ପାଗ ଶୁଖିଲା ରହିବ । ଉପରବେଳା କିଛି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେଓଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ଅନୁମାନ କରିଛି । କୃଷି ପାଣିପାଗବିତ୍‌ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ପୂର୍ବାନୁମାନ କରିଛନ୍ତି, ଉପକୂଳ ଓ ସଂଲଗ୍ନ ଜିଲ୍ଲାରେ ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ପାଗ ପ୍ରାୟତଃ ଖରାଟିଆ ରହିବ ।

୧୦ ଓ ୧୧ ତାରିଖରେ ଆଂଶିକ ମେଘୁଆ ହୋଇପାରେ । ଉପକୂଳ ଓ ସଂଲଗ୍ନ ଜିଲ୍ଲାରେ ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ନାହିଁ । ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି, ଆସନ୍ତାକାଲି ଅପରାହ୍ଣରେ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବ । ଉପକୂଳ ଓଡ଼ିଶାରେ ୧୦ ଓ ୧୧ ତାରିଖରେ ବର୍ଷା ସମ୍ଭାବନା ରହିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com