ରାଜ୍ୟରେ ଆଉ ୨୨ ମୁଣ୍ଡ ନେଲା କରୋନା, ମୃତକଙ୍କ ସଂଖ୍ୟା ୮୭୯୭ ଛୁଇଁଲା
ଭୁବନେଶ୍ୱର() ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୧୨ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨୨ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୭୯୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Details of cases confirmed as death due to Covid-19, after due completion of death audit process:
1.A 62 years old male of Angul District who was also suffering from Urticaria.
— H & FW Dept Odisha (@HFWOdisha) February 9, 2022
ମୃତକଙ୍କ ମଧ୍ୟରେ ଭୁବନେଶ୍ୱରରୁ ୧୪ଜଣ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୨ଜଣ ରହିଛନ୍ତି । ସେହିପରି ସୁନ୍ଦରଗଡ଼, ମୟୁରଭଞ୍ଜ, କନ୍ଧମାଳ, ଜଗତସିଂହପୁର, ଢେଙ୍କାନାଳ, ବଲାଙ୍ଗୀର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୭୧୫୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୭୬୪୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୪୫୦୨୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୧୬୬୭୮୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।