ଓଡ଼ିଶା

ଆଜି କିଛି ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର() ଆଜି ରାଜ୍ୟର କିଛି ସ୍ଥାନରେ ଘଡଘଡି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ମାଲକାନଗିରି, କୋରାପୁଟ, ରାୟଗଡ଼ା, କେନ୍ଦୁଝର, ମୟୂରଭଞ୍ଜ ସହ ଉତ୍ତର ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ବାକି ସବୁ ଜିଲ୍ଲାରେ ପାଗ ପ୍ରାୟ ଶୁଖିଲା ରହିପାରେ। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ସତ୍ତ୍ୱେ ରାଜ୍ୟରେ ଆଜି ଅଧିକ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇପାରେ। ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରହିପାରେ।

ରବିବାର ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ପାଲଟିଥିଲା ଟିଟିଲାଗଡ଼। ସର୍ବାଧିକ ତାପମାତ୍ରା ଟିଟିଲାଗଡ଼ରେ ୪୧. ୬ ଡିଗ୍ରୀ ରେକର୍ଡ ହୋଇଥିଲା। ରାଜ୍ୟରେ ୮ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା।

Related Articles

Back to top button
WP Twitter Auto Publish Powered By : XYZScripts.com