ମାଲକାନଗିରି () ପଞ୍ଚାୟତ ନିର୍ବାଚନ ପୂର୍ବରୁ ପୁଲିସ ମହାନିର୍ଦେଶକ ସୁନୀଲ ବଂଶଲ ଶୁକ୍ରବାର ସ୍ୱାଭିମାନ ଅଂଚଳ ଗସ୍ତ କରି ସ୍ଥିତିର ସମୀକ୍ଷା କରିଛନ୍ତି। ସେ ହେଲିକପ୍ଟର ଯୋଗେ ସ୍ୱାଭିମାନ ଅଞ୍ଚଳର ହନ୍ତାଳଗୁଡ଼ା ବିଏସଏଫ କ୍ୟାମ୍ପ ପରିଦର୍ଶନ କରି ବରିଷ୍ଠ ପୋଲିସ ଅଧିକାରୀ ଓ ବି.ଏସ.ଏଫ ଅଧିକାରୀଙ୍କ ସହ ଆଗାମୀ ନିର୍ବାଚନର ପ୍ରସ୍ତୁତି ନେଇ ଆଲୋଚନା କରିଥିଲେ। ଏଥିସହ ମାଓବାଦୀଙ୍କ ସ୍ଥିତି ଓ ଦମନ ନେଇ ଆଲେଚନା କରିଥିଲେ। ଏହାପରେ ସ୍ଥାନୀୟ ଗ୍ରାମବାସୀଙ୍କ ସହ ଆଲୋଚନା କରି ପୋଷାକ ବଣ୍ଟନ କରିଥିଲେ । ପରେ ମାଲକାନଗିରି ଜିଲ୍ଲା ପୁଲିସ କାର୍ଯ୍ୟାଳୟଠାରେ ଏକ ସମୀକ୍ଷା ବୈଠକରେ ଯୋଗ ଦେଇ ଆଗାମୀ ପଞ୍ଚାୟତ ନିର୍ବାଚନର ପ୍ରସ୍ତୁତି ଓ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଥିଲେ। ଏଥିରେ ଏସଏପିର ସ୍ୱତନ୍ତ୍ର ମହାନିର୍ଦ୍ଦେଶକ ମନୋଜ ଛାବ୍ରା, ଗୋଇନ୍ଦା ନିର୍ଦ୍ଦେଶକ ଲଳିତ ଦାସ, ଆଇ.ଜି ଅପରେସନ ଅମିତାଭ ଠାକୁର, ଏସଆଇଡବ୍ଲ୍ୟୁ ଡିଆଇଜି ଅନିରୁଦ୍ଧ ସିଂହ, ଦକ୍ଷିଣ-ପଶ୍ଚିମାଂଚଳ ଡିଆଇଜି ରାଜେଶ ପଣ୍ଡିତ, ଜିଲ୍ଲାପାଳ ବିଶାଲ ସିଂହ, ଏସପି ନିତେଶ ୱାଧୱାନୀ ଓ ବରିଷ୍ଠ ବିଏସଏଫ ଆଇଜି ବୁଧକୋଟି , ଦକ୍ଷିଣାଞ୍ଚଳ ଆଇଜି ସତ୍ୟବ୍ରତ ଭୋଇ, ଉତ୍ତରାଞ୍ଚଳ ଆଇଜି ଦୀପକ କୁମାର, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାର ଏସପି ମାନେଯୋଗ ଦେଇଥିଲେ।