ଆଜିର କୋଭିଡ ମୃତ୍ୟୁ ସୂଚନା: ରାଜ୍ୟରେ ପୁଣି ୨୪ ସଂକ୍ରମିତଙ୍କ ପ୍ରାଣହାନି, କରୋନାଜନିତ ମୃତ୍ୟୁସଂଖ୍ୟା ୮୮୬୨କୁ ବୃଦ୍ଧି
ଭୁବନେଶ୍ୱର() ପୁଣି ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ପୁଣି ଦୁଇ ଅଙ୍କ ଛୁଇଁଛି। ରାଜ୍ୟରେ ୨୪ କରୋନା ସଂକ୍ରମିତଙ୍କ ପ୍ରାଣହାନି ହୋଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୮୬୨କୁ ବୃଦ୍ଧି ପାଇଛି।
Details of cases confirmed as death due to Covid-19, after due completion of death audit process:
1.A 73 years old Male of Angul District who was also suffering from Coronary Artery Disease, Hypertension & Diabetes Mellitus.
2.A 55 years old Male of Balasore District.
— H & FW Dept Odisha (@HFWOdisha) February 12, 2022
ପ୍ରାପ୍ତ ସୂଚନା ଅନୁଯାୟୀ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣ ମୃତକ ଅଛନ୍ତି। ଅପରପକ୍ଷରେ ବାଲେଶ୍ବର ଜିଲ୍ଲାରୁ ୬ ଜଣ ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏଣେ ଯାଜପୁରରୁ ୩ ଜଣ, ଭଦ୍ରକ, ମୟୂରଭଞ୍ଜର ୨ ଜଣ ଲେଖାଏଁ ମୃତକ ଅଛନ୍ତି। ଏହାଛଡ଼ା ଅନୁଗୁଳ, ପୁରୀ, ବରଗଡ଼, ଓ ନବରଙ୍ଗପୁର ଜିଲ୍ଲାର ଜଣେ ଲେଖାଏଁ ସଂକ୍ରମିତ ପ୍ରାଣ ହରାଇଛନ୍ତି। ଭଦ୍ରକର ଏକ ୨୧ଦିନର ଶିଶୁପୁତ୍ର ମୃତ୍ୟୁବରଣ କରିଥିବା ଜଣାଯାଇଛି।
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧,୫୩୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୮୯୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୬୪୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩୪୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।