ଓଡ଼ିଶା
ରାଜ୍ୟରେ ଆଉ ୨୦ ମୁଣ୍ଡ ନେଲା କରୋନା, ମୃତକଙ୍କ ସଂଖ୍ୟା ୮୯୦୪ ଛୁଇଁଲା
![](https://i0.wp.com/odia.mobilenews24x7.com/wp-content/uploads/2022/02/coviddeath_1200x768.webp?resize=770%2C433&ssl=1)
ଭୁବନେଶ୍ୱର() ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୫୯ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨୦ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୦୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, କଟକ ଓ ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୭୮୧୨୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୧୩୨୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୫୭୮୪୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୪୭୮୦୬୬ସାମ୍ପୁଲ ଟେଷ୍ଟ୍ ହୋଇଛି ।