ସ୍ୱାସ୍ଥ୍ୟ

୨୪ ଘଣ୍ଟାରେ ଦେଶରେ ୨୭,୪୦୯ କୋଭିଡ୍‌-୧୯ ଆକ୍ରାନ୍ତ; ୩୪୭ଜଣ ମୃତ

ନୂଆଦିଲ୍ଲୀ() ବେଶ୍‌ କିଛି ଦିନ ଧରି ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ପରେ ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇ ଅଧ ଲକ୍ଷରୁ ଯଥେଷ୍ଟ କମ୍ ରହୁଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୭,୪୦୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୪୭ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୨୬,୯୨,୯୪୩ ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୩୪୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୦୯,୩୫୮ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୮୨,୮୧୭ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୧୭,୬୦,୪୫୮।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪,୨୩,୧୨୭।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୭୩.୪୨ କୋଟି ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

Related Articles

Back to top button
WP Twitter Auto Publish Powered By : XYZScripts.com