ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କରୋନାରେ ସଂକ୍ରମିତ

ଭୁବନେଶ୍ବର() ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କରୋନାରେ ସଂକ୍ରମିତ ହୋଇଥିବାର ଖବର ମିଳିଛି। ଏନେଇ ସେ ନିଜେ ଟୁଇଟ୍ କରି ସୂଚନା ଦେଇଛନ୍ତି।
I have tested positive for COVID and currently under medical care. All those who came in contact with me in the last few day, please follow all protocols and be careful.
— Niranjan Patnaik (@NPatnaikOdisha) January 24, 2022
ସୂଚନାଯୋଗ୍ୟ, ଗତ ୧୪ ତାରିଖରେ କୋରାପୁଟ ସାଂସଦ ସପ୍ତଗିରି ଉଲ୍ଲାକା କରୋନା ସଂକ୍ରମିତ ହୋଇଛନ୍ତି। ଏନେଇ ସାଂସଦ ଶ୍ରୀ ଉଲ୍ଲାକା ଟୁଇଟ୍ କରି ସୂଚନା ଦେଇ କହିଥିଲେ, ମୁଁ ମୋର ସ୍ୱାସ୍ଥ୍ୟ ପରୀକ୍ଷାରୁ ସାମାନ୍ୟ ଲକ୍ଷଣଯୁକ୍ତ କରୋନା ସଂକ୍ରମିତ ହେବା ଜାଣିବାକୁ ପାଇଲି। ମୋ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ କୋଭିଡ ମାର୍ଗଦର୍ଶିକା ଅନୁସାରେ ସଙ୍ଗରୋଧରେ ରହିବା ସହିତ ନିଜ ନିଜର କୋଭିଡ ପରୀକ୍ଷା କରାଇନେବାକୁ ଅନୁରୋଧ କରୁଛି।’
ଆଗରୁ ଜଳ ସମ୍ପଦ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏନେଇ ମନ୍ତ୍ରୀ ଶ୍ରୀ ଦାସ୍ ଟୁଇଟ୍ କରି ସୂଚନା ଦେଇ କହିଥିଲେ ମୋର ସ୍ୱାସ୍ଥ୍ୟ ପରୀକ୍ଷାରୁ କରୋନା ସଂକ୍ରମିତ ହେବା ଜାଣିବାକୁ ପାଇଲି। ମୋ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ କୋଭିଡ ମାର୍ଗଦର୍ଶିକା ଅନୁସାରେ ସଙ୍ଗରୋଧରେ ରହିବା ସହିତ ନିଜ ନିଜର କୋଭିଡ ପରୀକ୍ଷା କରାଇନେବାକୁ ଅନୁରୋଧ କରୁଛି।