ଓଡ଼ିଶା

ଅଟୋ-ମିନିଟ୍ରକ୍ ମୁହାଁମୁହିଁ ଧକ୍କା : ଜଣେ ମୃତ, ୨ ଗୁରୁତର

ସାଲେପୁର() କଟକ-ଚାନ୍ଦବାଲି ରାସ୍ତାର ନନ୍ଦୋଳଗଡା ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଭୁବନେଶ୍ବରରୁ କେନ୍ଦ୍ରାପଡା ଛତା ଅଭିମୁଖେ ଯାଉଥିବା ଏକ ଅଟୋ ସହ ବିପରୀତ ଦିଗରୁ ଆସୁଥିବା ମିନିଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି । ଧକ୍କା ହେବା ଫଳରେ ଅଟୋରେ ଯାଉଥିବା ୪ ଜଣ ଯାତ୍ରୀଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହେବା ସହ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି । ଘଟଣାସ୍ଥଳରେ ସାଲେପୁର ପୋଲିସ ପହଞ୍ଚି ଉକ୍ତ ଗାଡିଟିକୁ ଜବତ କରିବା ସହ ଗୁରୁତର ଆହତ ବ୍ୟକ୍ତିଙ୍କୁ ଚିକିତ୍ସା ନିମନ୍ତେ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରିଛି । ମୃତ ବ୍ୟକ୍ତିଙ୍କ ଶବକୁ ବ୍ୟବଚ୍ଛେଦ ନିମନ୍ତେ ପଠାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com