ଓଡ଼ିଶା
ଅନୁଗୁଳ: ସମିତି ସଭ୍ୟ ପ୍ରାର୍ଥୀନୀଙ୍କର ମୃତ୍ୟୁ

ଅନୁଗୁଳ: ଆଜି ପୁଣି ଜଣେ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଥିବାର ଖବର ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, ଅନୁଗୁଳ ଜିଲ୍ଲାର ବଅଁରପାଳ ବ୍ଳକ ସାନ କେରେଜେଙ୍ଗ ଗ୍ରାମପଞ୍ଚାୟତର ସମିତି ସଭ୍ୟ ପ୍ରାର୍ଥୀନୀ ନମିତା ନାୟକଙ୍କର ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ, ବରଗଡ଼ ଜିଲ୍ଲାର ଗୋବିନ୍ଦପୁର ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ବାଲ୍ମିକୀ ପ୍ରଧାନଙ୍କ ଆଜି ହୃଦଘାତରେ ମୃତ୍ୟୁ ହୋଇଛି।
ଏଣେ କଟକ ସଦର ବ୍ଲକ ଯଶପଡ଼ା ପଞ୍ଚାୟତ ସରପଞ୍ଚ ପ୍ରାର୍ଥୀନୀ ନମିତା ବେହେରା (୩୨) ଙ୍କ ଗତକାଲି ବିଳମ୍ବିତ ରାତିରେ ଆକସ୍ମିକ ବିୟୋଗ ଘଟିଛି।