୨୪ ଘଣ୍ଟାରେ ଦେଶରେ ୩୦,୭୫୭ କୋଭିଡ୍-୧୯ ଆକ୍ରାନ୍ତ; ୫୪୧ ଜଣ ମୃତ
ନୂଆଦିଲ୍ଲୀ: ବେଶ୍ କିଛି ଦିନ ଧରି ଦେଶରେ କରୋନାଭାଇରସ୍ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ପରେ ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇ ଅଧ ଲକ୍ଷରୁ ଯଥେଷ୍ଟ କମ୍ ରହୁଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୦,୭୫୭ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୫୪୧ ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୨୭,୫୪,୩୧୫ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୫୪୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୦୯,୮୭୨ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୬୭,୫୩୮ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୧୯,୧୦,୯୮୪।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩,୩୨,୯୧୮।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୭୪,୨୪,୩୬,୨୮୮ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୫,୫୫,୩୨,୪୬୦ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୧,୭୯,୭୦୫ଟି ନମୁନା। ଦୈନିକ ପଜିଟିଭିଟି ହାର ରହିଛି ୨.୬୧%।