ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨୫ ହଜାରରୁ ଅଧିକ କରୋନା ପଜିଟିଭ୍, ୪୯୨ ମୃତ
ନୂଆଦିଲ୍ଲୀ() କମୁଛି କରୋନା ଗ୍ରାଫ୍। ଦେଶରେ କମୁଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ କିନ୍ତୁ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୫୦ ହଜାର ତଳକୁ ଖସିଛି ।
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୫ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୯୨ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୫୯୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୪୯୨ ଛୁଇଁଛି ।
India reports 25,920 fresh COVID cases (4,837 less cases than yesterday), 492 deaths, and 66,254 recoveries in the last 24 hours
Active case: 2,92,092
Daily positivity rate: 2.07%
Total recoveries: 4,19,77,238Total vaccination: 1,74,64,99,461 pic.twitter.com/5nCtJV1u6m
— ANI (@ANI) February 18, 2022
ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୨୭ ଲକ୍ଷ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୨୯୨୦୯୨ ସକ୍ରିୟ ମାମଲା ରହିଛି ଏବଂ ୪ କୋଟି ୧୯ ଲକ୍ଷ ୭୭ ହଜାର ୨୩୮ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫ ଲକ୍ଷରୁ ଅଧିକ ସଂକ୍ରମିତ ପ୍ରାଣ ହରାଇଛନ୍ତି ।