ଓଡ଼ିଶା

ରାଜ୍ୟରେ ଆଉ ୧୫ ମୁଣ୍ଡ ନେଲା କରୋନା, ମୃତକଙ୍କ ସଂଖ୍ୟା ୮୯୭୬ ଛୁଇଁଲା

ଭୁବନେଶ୍ୱର() ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୭୧ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୭୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୩ ଜଣ, ଅନୁଗୁଳ, କଟକ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଁଏ,ବାଲେଶ୍ବର, ବରଗଡ଼, ଜଗତସିଂହପୁର, ଯାଜପୁର, ମୟୂରଭଞ୍ଜର, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୧୪୫୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୮୫୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୬୪୫୭୧ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୭୧୫୪୯୬ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com