ଓଡ଼ିଶା

ସାମ୍ୱାଦିକଙ୍କୁ ଆକ୍ରମଣ ଘଟଣାର ଦୃଢ଼ ନିନ୍ଦା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ: ଗଣମାଧ୍ୟମ ଉପରେ ବାରମ୍ବାର ଆକ୍ରମଣ ଆମ ରାଜ୍ୟ ପାଇଁ ଶୁଭଙ୍କର ନୁହେଁ

ଭୁବନେଶ୍ୱର() ରାଜ୍ୟରେ ଆଜି ତୃତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହୋଇଥିବା ବେଳେ ଯାଜପୁର ଏବଂ ନୟାଗଡ଼ରେ କାର୍ଯ୍ୟରତ ସାମ୍ୱାଦିକଙ୍କ ଉପରକୁ ଆକ୍ରମଣ ହୋଇଛି । ଏହାକୁ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦୃଢ଼ ନିନ୍ଦା କରିଛନ୍ତି । ସେ ଏ ନେଇ ଟ୍ୱିଟ୍‌ କରି ଲେଖିଛନ୍ତି ଯେ ‘ଆଜି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଛି । ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭଳି ଆଜି ମଧ୍ୟ ଅନେକ ସ୍ଥାନରେ ହିଂସା ଏବଂ ସାମ୍ବାଦିକ ଭାଇଙ୍କ ଉପରେ ଆକ୍ରମଣ ହୋଇଥିବା ଦେଖାଯାଇଛି । ବିଶେଷତଃ ଯାଜପୁର ଜିଲ୍ଲା ବିଞ୍ଝାରପୁରରେ ସାମ୍ବାଦିକଙ୍କ ଉପରେ ଅମାନୁଷିକ ଆକ୍ରମଣର ଦୃଶ୍ୟ ମୋତେ ବ୍ୟଥିତ କରିଛି’ ।

ଗଣମାଧ୍ୟମ ହେଉଛି ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ । ଗଣମାଧ୍ୟମ ଉପରେ ବାରମ୍ବାର ଆକ୍ରମଣ ଆମ ରାଜ୍ୟ ପାଇଁ ଶୁଭଙ୍କର ନୁହେଁ, ଯାହା ଦୁଃଖ ଓ ପରିତାପର ବିଷୟ । ରାଜନୀତିରେ ବାଦବିବାଦ ରୁହେ କିନ୍ତୁ ହିଂସାର ସ୍ଥାନ ନାହିଁ । ଲୋକଙ୍କ ସମସ୍ୟା ଓ ନିର୍ବାଚନ ସହ ଜଡ଼ିତ ଖବର ସଂଗ୍ରହ କରୁଥିବା ସାମ୍ବାଦିକ ଭାଇ ମାନଙ୍କ ଉପରେ ହେଉଥିବା ବାରମ୍ବାର ଆକ୍ରମଣ ଘଟଣା ନିର୍ବାଚନୀ ପରିଚାଳନା, ଆମର ଗଣତାନ୍ତ୍ରିକ ବ୍ୟବସ୍ଥା ତଥା ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ଉପରେ ପ୍ରଶ୍ନବାଚୀ ସୃଷ୍ଟି କରୁଛି ।

ପ୍ରଶାସନର ଦାୟିତ୍ୱ ହେଉଛି ଲୋକଙ୍କୁ ସୁରକ୍ଷା ଓ ନ୍ୟାୟ ପ୍ରଦାନ କରିବା । ରାଜ୍ୟ ନିର୍ବାଚନ ଆୟୋଗ ନିର୍ବାଚନୀ ହିଂସା ଏବଂ ସାମ୍ବାଦିକଙ୍କ ଉପରେ ହେଉଥିବା ଆକ୍ରମଣକୁ ଗୁରୁତ୍ୱର ସହ ନେଇ କଠୋର ପଦକ୍ଷେପ ନିଅନ୍ତୁ ବୋଲି ସେ ଟ୍ୱିଟ୍‌ କରିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com