ଓଡ଼ିଶା

ରାଜ୍ୟରେ ଆଉ ୧୫ ମୁଣ୍ଡ ନେଲା କରୋନା, ମୃତକଙ୍କ ସଂଖ୍ୟା ୯୦୨୬ ଛୁଇଁଲା

ଭୁବନେଶ୍ୱର() ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୮୮ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୨୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବଧିକ ୬ ଜଣ, ବାଲେଶ୍ବର, କଟକ ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଲେଖାଁଏ, ଢ଼େଙ୍କାନାଳ , କେନ୍ଦ୍ରାପଡ଼ା ଓ ସମ୍ବଳପୁର ଜିଲ୍ଲାରୁ ଜଣେ ଲେଖାଁଏ ଆକ୍ରାନ୍ତଙ୍କ ଜୀବନ ନେଇଛି ଘାତକ କରୋନା।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୨୮୬୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୬୩୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୬୮୧୫୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୮୮୭୯୮୦୬ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com