ଓଡ଼ିଶା

ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ୩ ଘଣ୍ଟା ଦର୍ଶନ ବନ୍ଦ

ପୁରୀ() ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ।  ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକ ମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ।  ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।

ଏହା ଏକ ଗୁପ୍ତ ସେବା ଏବଂ ଏକ ସ୍ୱତନ୍ତ୍ର ନୀତି ହୋଇଥିବାରୁ ଆଜି ସନ୍ଧ୍ୟା ୫ଟାରୁ ରାତି ୮ଟା ପର୍ଯ୍ୟନ୍ତ ୩ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ। ପ୍ରଥା ଓ ପରମ୍ପରା ଅନୁଯାୟୀ ପ୍ରତ୍ୟେକ ବୁଧବାର କିମ୍ବା ଗୁରୁବାର ଶ୍ରୀମନ୍ଦିରରେ ବନକ ଲାଗି ନୀତି ପାଳନ ହେବାର ବିଧି ରହିଛି

Related Articles

Back to top button
WP Twitter Auto Publish Powered By : XYZScripts.com