ଓଡ଼ିଶା

ରାଜ୍ୟରେ ଆଉ ୮ ଜଣଙ୍କ ମୁଣ୍ଡ ନେଲା କରୋନା, ମୃତକଙ୍କ ସଂଖ୍ୟା ୯୦୬୪ ଛୁଇଁଲା

ଭୁବନେଶ୍ୱର() ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୫୧ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୮ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୬୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଅନୁଗୁଳ ଓ ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ଢେଙ୍କାନାଳ, ଖୋର୍ଦ୍ଧା, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୪୮୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୮୨୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୨୯୨୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୨୦୯୭୨୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com