Breaking NewsFeaturedଜାତୀୟ

ବଢିଲା ଏଲପିଜି ଦର

ଡିସେମ୍ବର ୧ରୁ ବଢିଲା ଏଲପିଜି ଦର । ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି ପାଇଛି, ଅଏଲ ମାର୍କେଟିଙ୍ଗ କମ୍ପାନୀଗୁଡିକ କମର୍ସିଆଲ ଏଲପିଜି ସିଲିଣ୍ତର ପିଛା ୪୧ ଟଙ୍କା ବୃଦ୍ଧି କରିଛନ୍ତି । ରାଜଧାନୀ ଦିଲ୍ଲୀରେ ଆଜିଠୁ ୧୯ କେଜି କମର୍ସିଆଲ ଏସପିଜି ସିଲିଣ୍ତର ୧୭୫୫.୫୦ ଟଙ୍କା ବଦଳରେ ୧୭୯୬.୫୦ ଟଙ୍କାରେ ମିଳିବ ।ତେବେ 14.2 କିଲୋଗ୍ରାମ ଘରୋଇ ଏଲପିଜି ମୂଲ୍ୟରେ କୌଣସି ପରିବର୍ତ୍ତନ ହୋଇ ନାହିଁ । ଗତ ମାସରେ ମଧ୍ୟ ବ୍ୟବସାୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି ପାଇଥିଲା ହେଲେ ଘରୋଇ ଗ୍ୟାସର ମୂଲ୍ୟ ଉପରେ ଏହାର କୌଣସି ପ୍ରଭାବ ପଡି ନଥିଲା। ଆଇଓସିଏଲ ୱେବସାଇଟରେ ଏଲପିଜି ସିଲିଣ୍ତର ଦର ଅପଡେଟ୍ କରାଯାଇଛି ଏବଂ ନୂଆ ଦର ଲାଗୁ କରାଯାଇଛି ।

ଦିଲ୍ଲୀରେ 19 କିଲୋଗ୍ରାମ ବାଣିଜ୍ୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ 1796.50 ଟଙ୍କା, କୋଲକାତାରେ 1908.00 ଟଙ୍କା, ମୁମ୍ବାଇରେ ଏହାର ଦର 1749.00 ଟଙ୍କା, ଚେନ୍ନାଇରେ 19 କିଲୋଗ୍ରାମ ବାଣିଜ୍ୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ 1968.50 ଟଙ୍କା ରହିଛି । ଗୁରୁତ୍ୱପୂର୍ଣ୍ଣ କଥା ହେଲା ଯେ, ବାଣିଜ୍ୟିକ ଗ୍ୟାସ ସିଲିଣ୍ଡରର ମୂଲ୍ୟ କ୍ରମାଗତ ଭାବେ ବୃଦ୍ଧି ପାଉଛି ।

Related Articles

Back to top button
WP Twitter Auto Publish Powered By : XYZScripts.com