ଓଡ଼ିଶା

ବିଧାନ ପରିଷଦ ଗଠନ ପ୍ରସଙ୍ଗ, ରାଜ୍ୟ ପଠାଇଥିବା ଚିଠିର ଉତ୍ତର ଦେଲା କେନ୍ଦ୍ର

ଭୁବନେଶ୍ୱର() ବିଧାନ ପରିଷଦ ଗଠନ ନେଇ ବିଧାନସଭା ପକ୍ଷରୁ ଲେଖା ଯାଇଥିବା ଚିଠିର ଉତ୍ତର ଦେଇଛନ୍ତି କେନ୍ଦ୍ର ସରକାର । ଚିଠି ବିଧାନସଭାରେ ପହଞ୍ଚିବା ପରେ ସଂସଦୀୟ ବ୍ୟାପାର ବିଭାଗକୁ ପଠାଇ ଦିଆଯାଇଛି। ବିଧାନପରିଷଦ ଗଠନ ନେଇ କଣ ପ୍ରକ୍ରିୟା ରହିବ ସେ ନେଇ ଚିଠିରେ ଉଲ୍ଲେଖ ରହିଛି ବୋଲି କହିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।

ସେହିପରେ ସାଂସଦ ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନରେ ବିଧାନସଭା ପରିଷଦ ଗଠନ ନେଇ କିଛି ପ୍ରସ୍ତାବ ଆସିନଥିବା ସଂସଦରେ ଉତ୍ତର ରଖିଥିଲେ କେନ୍ଦ୍ର ଆଇନ ମନ୍ତ୍ରୀ । କେଉଁ ପରିସ୍ଥିତିରେ ଭୁଲ ଉତ୍ତର ରଖାଗଲା ସେ ନେଇ ବିଧାନସଭା ପକ୍ଷରୁ ୨ ଟି ଚିଠି ଲେଖାଯାଇଥିଲା । ଏହାର ଉତ୍ତର କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଛି।

ସେପଟେ ମାର୍ଚ୍ଚ ୩୧ ପୂର୍ବରୁ ବସିବ ବିଧାନସଭା ବଜେଟ ଅଧିବେଶନ। ରାଜ୍ୟପାଳଙ୍କ ଅନୁମୋଦନ ଆସିବା ପରେ ବିଧିବଦ୍ଧ ତାରିଖ ଘୋଷଣା ହେବ ବୋଲି କହିଛନ୍ତି ବାଚସ୍ପତି  ସୂର୍ଯ୍ୟ ନାରାୟଣ ପାତ୍ର ।

Related Articles

Back to top button
WP Twitter Auto Publish Powered By : XYZScripts.com