ଓଡ଼ିଶା

ରାଜ୍ୟରେ ଆଉ ୩ ମୁଣ୍ଡ ନେଲା କରୋନା, ମୃତକଙ୍କ ସଂଖ୍ୟା ୯୧୦୧କୁ ବୃଦ୍ଧି

ଭୁବନେଶ୍ୱର() ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨୯ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୧୦୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକ ୩ ଜଣ କନ୍ଧମାଳ ଜିଲ୍ଲାର ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୫୮୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୫୦୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୫୨୨୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୫୫୦୪୫୨ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com