ସ୍ୱାସ୍ଥ୍ୟ

ଦେଶରେ ୨୪ ଘଣ୍ଟାରେ ବାହାରିଲେ ୪ ହଜାରରୁ ଅଧିକ କରୋନା ପଜିଟିଭ୍, ୬୬ ମୃତ

ନୂଆଦିଲ୍ଲୀ() କମୁଛି କରୋନା ଗ୍ରାଫ୍। ଦେଶରେ କମୁଛି ସଂକ୍ରମଣ।  ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ କିନ୍ତୁ ବ୍ରେକ୍ ଲାଗୁନି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୫ ହଜାର ତଳକୁ ଖସିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪୩୬୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୬୬ ଛୁଇଁଛି ।

ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୨୯ ଲକ୍ଷ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୫୪୧୧୮ ସକ୍ରିୟ ମାମଲା ରହିଛି ଏବଂ ୪ କୋଟି ୨୩ ଲକ୍ଷ ୯୮ ହଜାର ୯୫ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫ ଲକ୍ଷ ୧୫ ହଜାର ୧୦୨ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com