ଓଡ଼ିଶା

ଆଜି ରାଜ୍ୟରେ କୋଭିଡରେ ଜଣେ ବ୍ୟକ୍ତି ପ୍ରାଣ ହରାଇଲେ

ଭୁବନେଶ୍ୱର : ରାଜ୍ୟରେ ଧୀରେଧୀରେ କରୋନା କମିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ରାଜ୍ୟରେ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହୋଇଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ବର୍ତ୍ତମାନ ଦୈନିକ ପଜିଟିଭ୍ ସଂଖ୍ୟା ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ଲାଗି ପାରୁନି ରୋକ୍ । ସଂକ୍ରମଣ ହ୍ରାସ କରିବା ପାଇଁ ରାଜ୍ୟରେ ବ୍ୟାପକ ଟିକାକରଣ, ସଚେତନତା ଆଦି ପଦକ୍ଷେପ ନିଆଯାଇଥିଲା । ବିଗତ କିଛିଦିନ ଧରି ରାଜ୍ୟରେ ଦୈନିକ ମୃତ୍ୟୁ ସଂଖ୍ୟା ୨୦ ଉପରେ ରହୁଥିବା ଦେଖାଯାଉଛି ।
ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧ ଜଣଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୯୧୦୨କୁ ବୃଦ୍ଧି ପାଇଛି । ଆଜି ପୁରୀ ଜିଲ୍ଲାରୁ ୧ ଜଣ ମୃତ୍ୟୁବରଣ କରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com