ଓଡ଼ିଶା

ଚନ୍ଦ୍ରଶେଖରପୁର ହାଉସିଂ ବୋର୍ଡରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପାଉଁଶ

ଭୁବନେଶ୍ୱର : ରାଜଧାନୀରେ ଘଟିଯାଇଛି ଏକ ଭୟାବହ ଅଗ୍ନିକାଣ୍ଡ । ରାଜଧାନୀର ଚନ୍ଦ୍ରଶେଖରପୁର ଅଞ୍ଚଳରେ ଏହି ଅଗ୍ନିକାଣ୍ଡ ଘଟିଥିବା ବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି । ଚନ୍ଦ୍ରଶେଖରପୁର ହାଉସିଂ ବୋର୍ଡ କଲୋନୀରେ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା ।
ଏହି ଅଗ୍ନିକାଣ୍ଡ ଘଟିଥିବା ବେଳେ ଅଗ୍ନିଶମ ବିଭାଗକୁ ଖବର ଦିଆଯାଇଥିଲା । ଅଗ୍ନିଶମ ବିଭାଗ ପକ୍ଷରୁ ତୁରନ୍ତ ପହଞ୍ଚି ଅଗ୍ନିକାଣ୍ଡକୁ ନିୟନ୍ତ୍ରଣ କରାଯାଇଥିଲା । ତେବେ ଅଗ୍ନିଶମ ବିଭାଗ ପହଞ୍ଚିବା ବେଳକୁ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପାଉଁଶ ହୋଇ ସାରିଥିଲା ।

Related Articles

Back to top button
WP Twitter Auto Publish Powered By : XYZScripts.com