ଓଡ଼ିଶା

ରାଜ୍ୟରେ ଆଉ ଜଣଙ୍କ ମୁଣ୍ଡ ନେଲା କରୋନା, ମୃତକଙ୍କ ସଂଖ୍ୟା ୯୧୦୩କୁ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୦୮ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୧୦୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୬୩୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୪୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୬୧୫୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୭୩୬୪୯୦ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com