ଓଡ଼ିଶା

ଆଇସିୟୁରେ ଭର୍ତ୍ତି ହେଲେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, ନିର୍ଧୁମ ଛେଚିଥିଲେ ଉତ୍ତ୍ୟକ୍ତ ଲୋକ

ଭୁବନେଶ୍ଵର() ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଅମାନବୀୟ କାଣ୍ଡ। ଉତ୍ପାତ ହେଲେ, ମାଡ ଖାଇଲେ , ରକ୍ତ ଜୁଡୁବୁଡୁ ହୋଇ ମେଡିକାଲ ଗଲେ । ଶନିବାର ଏମିତି କିଛି ଘଟଣା ଘଟିଛି ବାଣପୁର ବ୍ଲକ ସମ୍ମୁଖରେ । ୨୦ଜଣରୁ ଅଧିକ ଲୋକଙ୍କ ଉପରେ ଚଢାଇଦେଲେ ଗାଡି । ଏଥିରୁ ବାଦ୍‌ ପଡିଲେନି ଥାନାଅଧିକାରୀ କି ସାଧାରଣଲୋକ । ପରିସ୍ଥିତି ଏପରି ହେଲା କି ସାଧାରଣଲୋକଙ୍କ ଆକ୍ରୋଶର ଶିକାର ହେଲେ ବାହୁବଳୀ ବିଧାୟକ । ଉତ୍ୟକ୍ତ ଲୋକେ ବିଧାୟକଙ୍କୁ  ନିଘାତିଆ ଛେଚିଲେ, ଦାମୀ କାର୍‌କୁ ଭାଙ୍ଗିରୁଜି ଚୁର୍‌ମାର କରିଦେଲେ । ଗୁରୁତର ଅବସ୍ଥାରେ ବିଧାୟକଙ୍କୁ ଉଦ୍ଧାର କରି ବାଣପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ସ୍ଵାସ୍ଥ୍ୟବସ୍ଥା ଗୁରୁତର ହେବାରୁ ପ୍ରଶାନ୍ତଙ୍କୁ ଭୁବନେଶ୍ଵର ସ୍ଥିତ ଏକ ଘରୋଇ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଆଇଜି ନରସିଂହ ଭୋଳ ବାଣପୁର ଯାଇ ଘଟଣାର ଅନୁଧ୍ୟାନ କରିଛନ୍ତି। ଘଟଣାରେ ୨୩ ଜଣ ଆହତ ହୋଇଛନ୍ତି।

ଏବେ ଏହି ଘଟଣାକୁ ନେଇ ବିଭିନ୍ନ ମହଲରୁ ନିନ୍ଦା ପ୍ରକାଶ ପାଇଛି । ବିଜେଡି, ବିଜେପି ଏବଂ କଂଗ୍ରେସ ଏହି ଘଟଣାକୁ ଘୋର ନିନ୍ଦା କରିଛନ୍ତୀ। ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ପାଇଁ ସାଧାରଣରେ ଦାବି ହୋଇଛି ।  ଜଣେ ଜନ ପ୍ରତିନିଧି ହୋଇ ଏପରି କେମିତି କଲେ, ତାକୁ ନେଇ ସାଧାରଣରେ ପ୍ରଶ୍ନ ଉଠିଛି। ଖବର ଅନୁଯାୟୀ,  ଅଧ୍ୟକ୍ଷ ନିର୍ବାଚନ ଲାଗି ବାଣପୁର ବ୍ଲକ ସମ୍ମୁଖରେ ଭିଡ ଜମିଥିଲା । ଠିକ୍‌ ଏହି ସମୟରେ ବିଧାୟକଙ୍କ ଗାଡି ଭିଡ ଭିତରକୁ ମାଡିଯାଇଥିଲା । ଯେଉଁଥିରେ ୨୩ ଜଣ ଲୋକ ଆହତ ହୋଇଛନ୍ତି । ଆହତ ବ୍ୟକ୍ତିଙ୍କ ମଧ୍ୟରେ କିଛି ପୋଲିସ କର୍ମୀ, ମହିଳା, ସାମ୍ବାଦିକ ଥିବା ଜଣାପଡିଛି । ଏପିରିକି ଜଣେ ପୋଲିସ କର୍ମୀଙ୍କ ଗୋଡ ଓ ହାତ ଭାଙ୍ଗିଯାଇଥିବାର ଖବର ରହିଛି । ସମସ୍ତଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି। ସେଠାରୁ ୩ଜଣଙ୍କୁ ଭୁବନେଶ୍ୱର ଏମ୍‌ସ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି ।

ସେପଟେ ଏପରି ଘଟଣା ପରେ ଆକ୍ରୋଶର ଶିକାର ହୋଇଥିଲେ ବିଧାୟକ । ଉତ୍ୟକ୍ତଲୋକ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗାଡିରୁ ଟାଣି ଆଣି ଆକ୍ରମଣ କରିଥିଲେ । ଏପରିକି ତାଙ୍କ ଗାଡିକୁ ମଧ୍ୟ ଉତ୍ୟକ୍ତ ଲୋକ ଓଲଟାଇ ଦେଇଥିଲେ । ଲୋକଙ୍କ ଆକ୍ରମଣରେ ବିଧାୟକ ଲହୁଲୁହାଣ ହୋଇଥିଲେ । ସମର୍ଥକମାନେ ବିଧାୟକଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି  ବାଣପୁର ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରୁ ତାଙ୍କୁ ଭୁବନେଶ୍ୱର ଏମ୍‌ସକୁ ସ୍ଥାନାନ୍ତରିତ କରାଯାଇଛି । ଖୋର୍ଦ୍ଧା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ଏସ୍‌ପି ନିଜ ଘଟଣାସ୍ଥଳକୁ ଗସ୍ତ କରିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com