ଓଡ଼ିଶା

୨୩ରେ ବାଂଲାଦେଶ ଛୁଇଁବ ବାତ୍ୟା : ଓଡ଼ିଶା ଉପରେ ବାତ୍ୟାର କୌଣସି ପ୍ରଭାବ ପଡ଼ିବ ନାହିଁ

ଭୁବନେଶ୍ୱର: ଲଘୁଚାପ ଓ ସମ୍ଭାବ୍ୟ ବାତ୍ୟା ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ଆଇଏମଡି ଡିଜି । ୨୩ ସନ୍ଧ୍ୟାରେ ବାତ୍ୟା ବାଂଲାଦେଶ ଉପକୂଳ ଛୁଇଁବ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି । ସେ କହିଛନ୍ତି ଯେ, ‘କାଲି ସନ୍ଧ୍ୟାରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ୧୯ ସୁଦ୍ଧା ଆଣ୍ଡାମାନ ସାଗରରେ ୱେଲମାର୍କ ଲୋ-ପ୍ରେସର ରୂପନେବ । କାଳକ୍ରମେ ଦିଗ ବଦଳାଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରିବ । ୨୦ରେ ଅବପାତ ଓ ୨୧ରେ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି । ବାତ୍ୟା ଆକାରରେ ୨୩ ସନ୍ଧ୍ୟାରେ ବାଂଲାଦେଶ ଉପକୂଳ ଅତିକ୍ରମ କରିବ ।

ଏହା ସହ ଓଡ଼ିଶାରେ ଏହାର ପ୍ରଭାବ ପଡ଼ିବ କି ନାହିଁ ବୋଲି ମଧ୍ୟ ସୂଚନା ଦେଇଛନ୍ତି ଆଇଏମଡି ଡିଜି । ସେ କହିଛନ୍ତି ଯେ, ‘ଓଡ଼ିଶା ଉପରେ ବାତ୍ୟାର କୌଣସି ପ୍ରଭାବ ପଡ଼ିବ ନାହିଁ । ବାତ୍ୟା ପ୍ରଭାବ ପଡ଼ିବନି କି ପବନ ଓ ବର୍ଷା ବି ହେବନି ।’

Related Articles

Back to top button
WP Twitter Auto Publish Powered By : XYZScripts.com