ବିଜ୍ଞାନ ଓ ପ୍ରଯୁକ୍ତି

ଝାରସୁଗୁଡ଼ା ଉପନିର୍ବାଚନ ପାଇଁ କଂଗ୍ରେସର ପ୍ରାର୍ଥୀ ଘୋଷଣା

ଭୁବନେଶ୍ୱର, ୧୦/ ୦୪/ ୨୦୨୩ –   ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ତରୁଣ ପାଣ୍ଡେ ହେଲେ କଂଗ୍ରେସ ପ୍ରାର୍ଥୀ । ସୋମବାର ତରୁଣଙ୍କ ନାମ ବିଧିବଦ୍ଧ ଭାବେ ଘୋଷଣା କରାଯାଇଛି । ତରୁଣ ହେଉଛନ୍ତି ପୂର୍ବତନ ବିଧାୟକ ବୀରେନ ପାଣ୍ଡେଙ୍କ ପୁଅ । ମେ ୧୦ରେ ଝାରସୁଗୁଡ଼ା ଉପନିର୍ବାଚନ ହେବ ।

ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ଅଧ୍ୟକ୍ଷତାରେ ଗଠିତ କମିଟିର ସୁପାରିସ ଆଧାରରେ ତରୁଣଙ୍କ ନାଁରେ ମୋହର ମାରିଛନ୍ତି ହାଇକମାଣ୍ଡ । ପୂର୍ବରୁ ଉପନିର୍ବାଚନ ପାଇଁ ସ୍ୱର୍ଗତଃ ନବକିଶୋର ଦାସଙ୍କ ଝିଅ ଦୀପାଳି ଦାସଙ୍କୁ ପ୍ରାର୍ଥୀ କରିଛି ବିଜେଡି । ତେବେ ବିଜେପି ଏଯାଏ ପ୍ରାର୍ଥୀ ଘୋଷଣା କରିନାହିଁ ।

Related Articles

Back to top button
WP Twitter Auto Publish Powered By : XYZScripts.com