ଓଡ଼ିଶା

ନିର୍ବାଚନ ପାଇଁ ପ୍ରଶାସନର ଚୂଡାନ୍ତ ପ୍ରସ୍ତୁତି, ମୁତୟନ ହେବେ ୧୯୫ ପ୍ଲାଟୁନ ପୋଲିସ ଫୋର୍ସ

ଭୁବନେଶ୍ୱର: ନିର୍ବାଚନ ପାଇଁ ଶେଷ ପର୍ଯ୍ୟାୟରେ ପ୍ରଶାସନିକ ପ୍ରସ୍ତୁତି । ଚଳିତ ପୌର ନିର୍ବାଚନରେ ୪ ହଜାର ୩୭୩ ବୁଥରେ ମୋଟ ୪୦ ଲକ୍ଷ ୫୫ ହଜାରରୁ ଅଧିକ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ । ପୌର ନିର୍ବାଚନ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ନିର୍ବାଚନରେ ୧୯୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ । ଭୁବନେଶ୍ୱରରେ ୩୦, କଟକରେ ୨୦ ଏବଂ ବ୍ରହ୍ମପୁର ମହାନଗର ନିଗମ ପାଇଁ ୧୦ ପ୍ଲାଟୁନ ଫୋର୍ସ ରହିବେ । ଏହା ସହ ୩୦୦ ମୋବାଇଲ ପାର୍ଟି ମଧ୍ୟ ନିୟୋଜିତ ରହିବେ ।

ପ୍ରତ୍ୟେକ ପୌର ପରିଷଦର ପୋଲିସ ଷ୍ଟେସନରେ ଗୋଟିଏ ଲେଖାଏଁ ଷ୍ଟ୍ରାଇକିଂ ଫୋର୍ସ ମଧ୍ୟ ରହିବେ । ଜରୁରୀ ପରିସ୍ଥିତି ପାଇଁ ଗୋଟିଏ କିମ୍ବା ଦୁଇ ପ୍ଲାଟୁନ ଫୋର୍ସ ରହିବେ । ସମସ୍ତ ସହରାଞ୍ଚଳରେ ଗୋଟିଏ ଲେଖାଏଁ କେବଳ ମହିଳାଙ୍କ ଦ୍ବାରା ପରିଚାଳିତ ପିଙ୍କ ବୁଥ୍ ଏବଂ ଆଦର୍ଶ ବୁଥ ରହିବ । ପ୍ରତି ମହାନଗର ନିଗମରେ ୫ଟି ଲେଖାଏଁ ପିଙ୍କ ଓ ମଡ଼େଲ ବୁଥ୍ ରହିବ । ସକାଳ ୮ରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ । ନିର୍ବାଚନ ପ୍ରକ୍ରିୟାରେ ୨୨ ହଜାର ପୋଲିଂ କର୍ମଚାରୀ ନିୟୋଜିତ ହେବେ । ଏଥର ନିର୍ବାଚନ ଦାୟିତ୍ବରେ ଥିବା କର୍ମଚାରୀମାନେ ପୋଷ୍ଟାଲ ବାଲଟ ଜରିଆରେ ମତଦାନ ସାବ୍ୟସ୍ତ କରିବାର ସୁଯୋଗ ପାଇବେ ।

Related Articles

Back to top button
WP Twitter Auto Publish Powered By : XYZScripts.com