ଓଡ଼ିଶା

ଦୁଇ ଦିନ ପରେ ଆହୁରି ବଢିବ ତାତି, ୪୦ ଡିଗ୍ରୀ ଡେଇଁବ ପାରା

ଭୁବନେଶ୍ୱର: ଆଉ ୪ ଦିନ ପରେ ରାଜ୍ୟକୁ ପୁଣି ଫେରିବ ତାତି । ସ୍ୱାଭାବିକଠାରୁ ୩ ରୁ ୪ ଡିଗ୍ରୀ ବଢ଼ିବ ପାରଦ । ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶାରେ ୪୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ରେକର୍ଡ ହୋଇପାରେ । ସେହିପରି ଉପକୂଳ ଓଡ଼ିଶାରେ ମଧ୍ୟ ସ୍ୱାଭାବିକ ଠାରୁ ୨ ଡିଗ୍ରୀ ତାପମାତ୍ରା ବୃଦ୍ଧି ହେବ । ପଶ୍ଚିମ ଓଡ଼ିଶାରେ ୪୫ ଡିଗ୍ରୀ ଛୁଇଁବା ସହ ଉପକୂଳ ଓଡ଼ିଶାରେ ୪୦ ଡେଇଁବ ପାରା । ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ପାଗ ମୁଖ୍ୟତଃ ଶୁଖିଲା ରହିବ । ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଥିବା ଶୁଷ୍କ ଥଣ୍ଡା ବାୟୁ ଗରମ ବାୟୁ ସହ ମିଶି ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ଆଜି ଦକ୍ଷିଣ ଓଡ଼ିଶା ସହ ଉତ୍ତର ଏବଂ ଉପକୂଳ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୨୪, ୨୫ ଏବଂ ୨୬ ତାରିଖରେ ବର୍ଷାର ବିସ୍ତୃତି ବଢ଼ିବ । ଦକ୍ଷିଣ ଓଡ଼ିଶା ସହ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ପାଗ ମେଘୁଆ ରହିବା ସହ ବର୍ଷା ହେବାର ସମ୍ଭାବନା ରହିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com