ଓଡ଼ିଶା

ଫଟୋଗ୍ରାଫର ମାନସ ସ୍ବାଇଁ ହତ୍ୟା ମାମଲା: କ୍ରାଇମ୍‌ବ୍ରାଞ୍ଚକୁ ମାମଲା ହସ୍ତାନ୍ତର କଲେ ପୋଲିସ୍‌ ଡିଜି, ୨ଟି ଟିମ୍‌ କରିବ ତଦନ୍ତ

ଯାଜପୁର : ଫଟୋଗ୍ରାଫର ମାନସ ସ୍ବାଇଁ ହତ୍ୟା ମାମଲାରେ ତନାଘନା ଚଳାଇଛି ପୋଲିସ୍‌ । କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ପୋଲିସ୍‌ ଡିଜି । ଏହି ମାମଲାରେ ଜଡ଼ିତ ସମସ୍ତ କାଗଜପତ୍ର କ୍ରାଇମ୍‌ବ୍ରାଞ୍ଚକୁ ହସ୍ତାନ୍ତର ହୋଇଛି । ତଦନ୍ତ ପାଇଁ ଚାନ୍ଦବାଲି ଅଭିମୁଖେ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ଯାଇଥିବା ଜଣାପଡ଼ିଛି । ସେହିପରି ଅନ୍ୟଏକ ଟିମ୍‌ ଶର୍ମିଷ୍ଠାଙ୍କୁ ଗିରଫ କରିବା ପାଇଁ ବାହାରିଥିବା ସୂଚନା ମିଳିଛି ।
ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତ ଏବଂ ତାଙ୍କ ସହଯୋଗୀ ଝୁନା ଭୋଇ ଯାଜପୁର କାଳିଆପାଣି ଅଞ୍ଚଳରେ ୩ ଦିନ ଲୁଚି ରହିଥିବା ପୋଲିସ୍‌କୁ ସୂଚନା ମିିଳିଛି । ଏନେଇ ଖବର ଜଣାପଡିବା ପରେ ଶର୍ମିଷ୍ଠାଙ୍କ ଶାଶୁଙ୍କୁ ତଦନ୍ତକାରୀ ଟିମ୍ ପଚରାଉଚରା କରି ଫେରିଥିବା ଜଣାପଡିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com