ଓଡ଼ିଶା

ବିଧାନସଭାର 7 ଦିନିଆ ବଜେଟ୍ ଅଧିବେଶନ ଆରମ୍ଭ , ପ୍ରଥମେ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହରେ ଉପସ୍ଥିତ

ଭୁବନେଶ୍ୱର: ବିଧାନସଭାର ସ୍ବଳ୍ପକାଳୀନ 7 ଦିନିଆ ବଜେଟ୍ ଅଧିବେଶନ ଆରମ୍ଭ ହୋଇଛି । ବିଧି ଅନୁଯାୟୀ ପ୍ରଥମେ ଶୋକ ପ୍ରସ୍ତାବ ଉପରେ ଆଲୋଚନା ପରେ ରାଜ୍ୟପାଳ ଗଣେଶୀ ଲାଲ ଅଭିଭାଷଣ ପ୍ରଦାନ କରିଥିଲେ । ଅଧିବେଶନର ପ୍ରଥମେ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୃହରେ ଉପସ୍ଥିତ ରହି ଇତି ମଧ୍ୟରେ ପରଲୋକ ଗମନ କରିଥିବା ପୂର୍ବଚନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳ, ପୂର୍ବତନ ବାଚସ୍ପତି କିଶୋର ମହାନ୍ତି, ପୂର୍ବତନ ମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ସମେତ ୮ ଜଣ ପୂର୍ବତନ ବିଧାୟକ ଓ କୋଭିଡ୍ ଯୋଦ୍ଧାଙ୍କ ଦିବଙ୍ଗତ ଆତ୍ମା ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଶୋକ ପ୍ରସ୍ତାବ ଗୃହୀତ ପରେ  ଗୃହ ୪ଟା ପର୍ଯ୍ୟନ୍ତ ମୁଲତବୀ ରଖାଯାଇଥିଲା । ସମ୍ପୂର୍ଣ୍ଣ କୋଭିଡ୍ କଟକଣାରେ ଚଳିତ ବଜେଟ ଅଧିବେଶନର ଗୃହକାର୍ଯ୍ୟ ଚାଲିଛି । ପ୍ରତ୍ୟେକ ଦିନ ଗୃହ କାର୍ଯ୍ୟ ଦିନ ୧୦.୩୦ରୁ ୧.୩୦ ଏବଂ ପରବର୍ତ୍ତୀ ପର୍ଯ୍ୟାୟ ୪ ରୁ ୬ଟା ଏପରି ଦୁଇଟି ପର୍ଯ୍ୟାୟରେ ୫ ଘଣ୍ଟା ଚାଲିବ ।ଆସନ୍ତା ୨୫, ୨୬ ଓ ୨୮ ତାରିଖ ତିନି ଦିନ ଧରି ଗୃହରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଆଲୋଚନା ହେବ । ସେହିଭଳି ମାର୍ଚ୍ଚ 30 ରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହରେ ବଜେଟ୍ ଉପସ୍ଥାପନା ପରେ ମାର୍ଚ୍ଚ 31 ତାରିଖରେ ବ୍ୟୟମଞ୍ଜୁରୀ ବିଲ୍ ପାରିତ ହେବାର କାର୍ଯ୍ୟସୂଚୀ ରହିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com