ଓଡ଼ିଶା

ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଅସୁସ୍ଥ, କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର

ଚିଲିକା : ପୁଣି ଅସୁସ୍ଥ ହୋଇପଡ଼ିଲେ ପ୍ରଶାନ୍ତ ଜଗଦ୍ଦେବ । ଜେଲରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଅସୁସ୍ଥ ହୋଇପଡ଼ିଛନ୍ତି । ଅସୁସ୍ଥ କାରଣରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗତକାଲି ବିଳମ୍ବିତ ରାତିରେ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ଖୋର୍ଦ୍ଧା ଏସପି ଅଲେଖ ଚନ୍ଦ୍ର ପହି ।
ଏସପିଙ୍କ ସୂଚନା ଅନୁସାରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗତକାଲି ମଧ୍ୟରାତ୍ରିରେ ଅସୁସ୍ଥତା ଅନୁଭବ କରିଥିଲେ । ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ତୁରନ୍ତ ବାଣପୁର ମେଡିକାଲ ଅଧିକାରୀ ସବଜେଲ ଯାଇ ବିଧାୟକଙ୍କ ଚିକିତ୍ସା କରିବାରୁ ତାଙ୍କର ଏକାଧିକ ରୋଗ ଥିବାର ଜାଣିବାକୁ ପାଇଥିଲେ । ବିଧାୟକଙ୍କ ଉଚ୍ଚ ରକ୍ତଚାପ, ମଧୁମେହ, ମୁଣ୍ଡ ବୁଲାଇବା, ଛାତି ଯନ୍ତ୍ରଣା ଆଦି ଥିବାର ମେଡିକାଲ ଅଧିକାରୀ ସମସ୍ତ ଯାଞ୍ଚ ପରେ ଜାଣିବାକୁ ପାଇଥିଲେ। ଏହା ପରେ ବାଣପୁର ମେଡିକାଲ ଅଧିକାରୀଙ୍କ ପରାମର୍ଶ କ୍ରମେ ବିଧାୟକଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସ୍ଥାନାନ୍ତରିତ କରାଯାଇଥିଲା । ବର୍ତ୍ତମାନ ବିଧାୟକ ଜେଲ ଏବଂ ପୋଲିସ କର୍ମଚାରୀଙ୍କ କଡ଼ା ପ୍ରହରାରେ କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସିତ ହେଉଥିବାର ଖୋର୍ଦ୍ଧା ଏସପି ସୂଚନା ଦେଇଛନ୍ତି । ତେବେ ବିଧାୟକ ସୁସ୍ଥ ହେବା ପରେ ପୁଣି ବାଣପୁର ସବଜେଲକୁ ଆସିବେ ବୋଲି କହିଛନ୍ତି ଖୋର୍ଦ୍ଧା ଏସପି ।

Related Articles

Back to top button
WP Twitter Auto Publish Powered By : XYZScripts.com