ଓଡ଼ିଶା
ରାଜ୍ୟରେ ବଢିବ ଗ୍ରୀଷ୍ମ ପ୍ରବାହ, ଏପ୍ରିଲ୍ ପହିଲା ପର୍ଯ୍ୟନ୍ତ ହନ୍ତସନ୍ତ ହେବେ ରାଜ୍ୟବାସୀ

ଭୁବନେଶ୍ୱର: ରାଜ୍ୟ ତମାମ ଜାରି ରହିଛି ପ୍ରବଳ ଗ୍ରୀଷ୍ମ ପ୍ରବାହ । ତେବେ ଆଗକୁ ଗ୍ରୀଷ୍ମ ପ୍ରବାହ ବଢିବ । ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କ-ଉତ୍ତପ୍ତ ପବନ ବୋହିବା ସମ୍ଭାବନା ରହିଛି । ଯାହା ଫଳରେ ସାରା ରାଜ୍ୟରେ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ । ଆଭ୍ୟନ୍ତରୀଣ ଓଡ଼ିଶାରେ କିଛି ସ୍ଥାନରେ ତାପମାତ୍ରା ୪୩ ଡିଗ୍ରୀ ଛୁଇଁବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ବଲାଙ୍ଗିର ସମେତ ରାଜ୍ୟର ୭ ସହରରେ ଦିନ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ୍ ଡେଇଁଛି । ଏସବୁ ଅଞ୍ଚଳରେ ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ତାପମାତ୍ରା ଅଧିକ ରହିଛି । ଗଜପତି, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।
