ଓଡ଼ିଶା
ପୁଣି ରାଜ୍ୟରେ କମିଲା ସଂକ୍ରମଣ: ୩୨ କରୋନା ପଜିଟିଭ ଚିହ୍ନଟ, ୧୦ ଜଣ ୧୮ ବର୍ଷରୁ କମ୍ ବର୍ଗର
ଭୁବନେଶ୍ବର: ଆଜି ରାଜ୍ୟରେ ପୁଣି କମିଛି କରୋନା ସଂକ୍ରମଣ। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୦ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଗଜପତି ଓ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ ଲେଖାଏଁ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ଗତକାଲି ଓଡ଼ିଶାରେ ୫୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ।
Covid-19 Report For 30th March
New Positive Cases: 32
Of which 0-18 years: 10
In quarantine: 20
Local contacts: 12(Details of local contacts will be shared by concerned District)
1. Balasore: 2
2. Bargarh: 1
3. Balangir: 3
4. Cuttack: 2
5. Gajapati: 5
6. Jajpur: 1— I & PR Department, Odisha (@IPR_Odisha) March 31, 2022