ଓଡ଼ିଶା
ସର୍ବନିମ୍ନ ସଂକ୍ରମଣ: ରାଜ୍ୟର ୪ଟି ଜିଲ୍ଲାରୁ ୫ କରୋନା ପଜିଟିଭ
ଭୁବନେଶ୍ବର : ଗତକାଲି ୩୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ମାତ୍ର ୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ମାତ୍ର ୪ଟି ଜିଲ୍ଲାରୁ ୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୬ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଯାଜପୁର ଜିଲ୍ଲାରୁ ସର୍ବାଧିକ ୨ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 3rd April
New Positive Cases: 5
Of which 0-18 years: 2
In quarantine: 4
Local contacts: 1(Details of local contacts will be shared by concerned District)
1. Balasore: 1
2. Balangir: 1
3. Jajpur: 2
4. Sambalpur: 1— I & PR Department, Odisha (@IPR_Odisha) April 4, 2022