ସ୍ୱାସ୍ଥ୍ୟ

ଦେଶରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୭୯୫ କରୋନା ପଜିଟିଭ୍

ନୂଆଦିଲ୍ଲୀ : କମୁଛି କରୋନା ଗ୍ରାଫ୍। ଦେଶରେ କମୁଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୨ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୭୯୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୫୮ ଜଣଙ୍କ ମୃତ୍ୟୁ ହୋଇଛି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୦ ଲକ୍ଷ ୨୮ ହଜାର ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୨୦୫୪ ସକ୍ରିୟ ମାମଲା ରହିଛି ଏବଂ ପଜିଟିଭିଟି ରେଟ୍ ୦.୧୭ ପ୍ରତିଶତ ରହିଛି । ଏତତ୍ ବ୍ୟତୀତ ୫୨୧୪୧୬ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com