ଓଡ଼ିଶା

ରାଜ୍ୟରେ ଆଉ ୨୮ କୋରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର() ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୮ ନୂଆ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତକାଲି ୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିଲେ । ଗତ ୨୪ ଘଣ୍ଟା ମଧ୍ୟରେ ୧୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ରାଜ୍ୟର ମାତ୍ର ୧୧ଟି ଜିଲ୍ଲାରୁ ୨୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ଦିଆଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com